AFFILIATE MARKETING

https://binomo.com?a=90810425bb57&t=0

Sunday, October 26, 2025

୧୨୭ତମ ମନ୍ କୀ ବାତରେ କୋରାପୁଟ୍ କଫିର ଚର୍ଚ୍ଚା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍

• ପ୍ରଧାନମନ୍ତ୍ରୀଙ୍କ ଆଲୋଚନା ଜନଜାତି କୃଷକଙ୍କ ପରିଶ୍ରମ ଏବଂ ଓଡ଼ିଶାର ସମୃଦ୍ଧ କୃଷିକୁ ସଠିକ୍ ସମ୍ମାନ • ବିଶ୍ୱରେ 'ବ୍ରାଣ୍ଡ୍ କୋରାପୁଟ୍'ର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ସାମୂହିକ ପ୍ରୟାସ କରିବା • ଗତ ଜୁଲାଇ ମାସରେ କୋରାପୁଟ ଗସ୍ତ ସମୟରେ କଫି ଗାର୍ଡେନ ପରିଦର୍ଶନ ସହ ଅଧିକାରୀଙ୍କ ସହ ଆଲୋଚନା କରିଥିଲି

‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୬/୧୦: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ୧୨୭ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ କୋରାପୁଟ କଫିର ଲୋକପ୍ରିୟତା ଉପରେ ଚର୍ଚ୍ଚା କରିଥିବାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ୍ସ ପୋଷ୍ଟ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଏକ୍ସରେ ଏ ସମ୍ପର୍କରେ ଉଲ୍ଲେଖ କରିବା ସହ କହିଛନ୍ତି ଯେ “କୋରାପୁଟ କଫି ଅତ୍ୟନ୍ତ ସୁସ୍ୱାଦୁ, ଏହା ଓଡ଼ିଶାର ଗୌରବ” ବୋଲି ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ କହିଛନ୍ତି । କୋରାପୁଟ କଫି ଚାଷ, ଆମର ଚାଷୀ ଭାଇ ଭଉଣୀଙ୍କ ଜୀବନରେ ପରିବର୍ତ୍ତନ ଆଣିବା ସହ ଓଡ଼ିଶାକୁ ନୂଆ ପରିଚୟ ଦେଇଛି । ଏହା ଆମର ଜନଜାତି କୃଷକଙ୍କ ପରିଶ୍ରମ ଏବଂ ଓଡ଼ିଶାର ସମୃଦ୍ଧ କୃଷିକୁ ସଠିକ୍ ସମ୍ମାନ । ଏହା ଆମ ଚାଷୀମାନଙ୍କ ପାଇଁ ଏହି ସ୍ୱୀକୃତି ଅତ୍ୟନ୍ତ ପ୍ରେରଣାଦାୟୀ । ସ୍ଥାନୀୟ ଉତ୍ପାଦ ପ୍ରତି ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରୋତ୍ସାହନ ଭୋକାଲ୍ ଫର୍ ଲୋକାଲ୍ ଏବଂ ଆତ୍ମନିର୍ଭର ଓଡ଼ିଶା ଓ ଆତ୍ମନିର୍ଭର ଭାରତର ଦିଗରେ ସଶକ୍ତ ପଦକ୍ଷେପ ।

ଶ୍ରୀ ପ୍ରଧାନ ଏହି ଅବସରରେ ଗତ ଜୁଲାଇ ମାସରେ କୋରାପୁଟ ଗସ୍ତ ସମୟରେ ସେଠାକାର କଫି ଗାର୍ଡେନ ପରିଦର୍ଶନ ସହ ଚାଷରେ ନିୟୋଜିତ ଅଧିକାରୀ ଏବଂ ଚାଷୀମାନଙ୍କ ସହ ଆଲୋଚନା କରିବା ଉପରେ ମଧ୍ୟ ଉଲ୍ଲେଖ କରିଛନ୍ତି । ସେ ଆହୁରି କହିଛନ୍ତି, ବିଶ୍ୱ ବଜାରରେ କୋରାପୁଟ କଫିର ଚାହିଦା ବଢୁଛି ଏବଂ ବର୍ତ୍ତମାନ ଏହା ଏକ ଲାଭଦାୟକ ଚାଷରେ ପରିଣତ ହୋଇଛି । ବିଶ୍ୱରେ ‘ବ୍ରାଣ୍ଡ୍ କୋରାପୁଟ୍’ର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ଆମେ ସମସ୍ତେ ମିଶି ଏହି ଉତ୍କୃଷ୍ଟ କଫିର ଉତ୍ପାଦନ ବୃଦ୍ଧି ଦିଗରେ ସାମୂହିକ ପ୍ରୟାସ କରିବା ଉଚିତ୍।

ଏହାବ୍ୟତୀତ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଏହି କାର୍ଯ୍ୟକ୍ରମରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଅକ୍ଟୋବର ୩୧ରେ ଆୟୋଜିତ ରନ୍ ଫର୍ ୟୁନିଟିରେ ସାମିଲ ହେବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିବା ବନ୍ଦେ ମାତାରମର ରଚନା ଉପରେ ମଧ୍ୟ ସେ ଏକ୍ସରେ ଉଲ୍ଲେଖ କରିଛନ୍ତି ।

No comments:

COASTAL NEWS

ନିର୍ବାଚନ ସମୟରେ କୃତ୍ରିମ ବୁଦ୍ଧିମତ୍ତା ସାହାଯ୍ୟରେ ଉତ୍ପନ୍ନ ବିଷୟବସ୍ତୁର ଦାୟିତ୍ୱପୂର୍ଣ୍ଣ ବ୍ୟବହାରକୁ ସୁନିଶ୍ଚିତ କରିବେ ରାଜନୈତିକ ଦଳ

ନିର୍ବାଚନ ସମୟରେ କୃତ୍ରିମ ବୁଦ୍ଧିମତ୍ତା ସାହାଯ୍ୟରେ ଉତ୍ପନ୍ନ ବିଷୟବସ୍ତୁର ଦାୟିତ୍ୱପୂର୍ଣ୍ଣ ବ୍ୟବହାରକୁ ସୁନିଶ୍ଚିତ କରିବେ ରାଜନୈତିକ ଦଳ IT ନିୟମ, ୨୦୨୧ ଏବଂ ଏହି ସ...