AFFILIATE MARKETING

https://binomo.com?a=90810425bb57&t=0

Sunday, December 7, 2025

ଭୟଙ୍କର ସିଲିଣ୍ଡର ବ୍ଲାଷ୍ଟ; ୨୫ରୁ ଉର୍ଦ୍ଧ୍ବ ଜୀଅନ୍ତା ଦଗ୍ଧ୫୦ ଅଧିକ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି

୫୦ ଅଧିକ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି

ପାନାଜୀ, ୦୭/୧୨: ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ଗୋଆ ଆରପୋରାର ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ଅନେକ ଲୋକଙ୍କ ମୃତ୍ୟୁ ହୋଇଛି। ହୁ ହୁ ହୋଇ ଜଳି ଯାଇଛି ପୂରା ନାଇଟ୍ କ୍ଲବ୍।

ଏଥିରେ ଥିବା ୨୫ ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ କର୍ମଚାରୀ ଥିବା ଜଣାପଡ଼ିଛି। ୫୦ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି। ୪ ଜଣ ବିଦେଶୀ ପର୍ଯ୍ୟଟକ ମଧ୍ୟ ଅଛନ୍ତି। କିନ୍ତୁ ସାତ ଜଣ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ବିସ୍ଫୋରଣ ପରେ ଅଣନିଶ୍ବାସୀ ହୋଇ କେତେକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଗତ କାଲି ରାତି ପ୍ରାୟ ୧୧ଟାରୁ ୧୨ଟା ଭିତରେ ହଠାତ୍ ବିସ୍ଫୋରଣ ଘଟିଥିଲା। ଖବର ପାଇ ପୋଲିସ, ଅଗ୍ନିଶମ ବାହିନୀ ଏବଂ ଆମ୍ବୁଲାନ୍ସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କର୍ଯ୍ୟ କରିଥିଲେ। ତେବେ ରାତିରେ ହିଁ ତୁରନ୍ତ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ତା ସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି। ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି। ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ।

No comments:

COASTAL NEWS

ବଢିଲା ମନ୍ତ୍ରୀ ଓ ବିଧାୟକଙ୍କ ଦରମା

ବଢିଲା ମନ୍ତ୍ରୀ ଓ ବିଧାୟକଙ୍କ ଦରମା ବିଧାନସଭାରେ ଦରମା ଓ ଭତ୍ତା ବିଲ୍‌ ଉପସ୍ଥାପନ କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବୃଦ୍ଧି ଭୁବନେଶ...